Viral Video: କିଟ୍ ଘଟଣାକୁ ନେଇ ଶେଷରେ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଏକ ଭିଡିଓ ଜାରି କରି ନିଜ ମନର କଥା କହିଛନ୍ତି । ଆପଣଙ୍କୁ କହିରଖୁଛୁ ଯେ, କିଟ୍ ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କ ହାଇଲେବୁଲ୍ କମିଟି ଆଗରେ ହାଜର ପାଇଁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶୁକ୍ରବାର ସଂଧ୍ୟା ସାଢ଼େ ୬ଟାରେ ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବା ପାଇଁ ନିର୍ଦ୍ଦେଶ ରହିଛି । ସମସ୍ତ ଡକ୍ୟୁମେଣ୍ଟ ସହିତ ହାଜର ହେବାକୁ ନିର୍ଦ୍ଦେଶ ମିଳିଛି । ଅଚ୍ୟୁତଙ୍କୁ ହାଜର ହେବା ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.